
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୫୭୭୬
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୩୪୫୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୫୭୭୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୦୯ ହଜାର ୩୧୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୭୬୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୪୫୦ ଜଣଙ୍କ ମଧ୍ୟରୁ ୨୦୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।