ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୪୫୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୫୭୭୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୦୯ ହଜାର ୩୧୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୭୬୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୪୫୦ ଜଣଙ୍କ ମଧ୍ୟରୁ ୨୦୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୭୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୫୨ , ବାଲେଶ୍ୱର ଜିଲ୍ଲାରୁ ୧୦୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୫୩ , କଟକରୁ ୨୦୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୭୩, ଗଂଜାମ ଜିଲ୍ଲାରେ ୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୪, ଯାଜପୁରରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩୯ , ଖୋର୍ଦ୍ଧାରୁ ୭୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୨୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୭୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୮୭, ଷ୍ଟେଟ୍ ପୁଲରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର /