କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨,୦୧୪ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨,୧୪୨ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୪,୩୬୬ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୪,୩୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୯୭,୭୨୫ ହୋଇଛି ।