
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୬୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୯୪୦୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୫ ହଜାର ୩୮୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୩୦୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୬୨୯ ଜଣଙ୍କ ମଧ୍ୟରୁ ୨୧୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୧୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୭୧୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୮୯ , ବାଲେଶ୍ୱର ଜିଲ୍ଲାରୁ ୧୧୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୮୦ , କଟକରୁ ୩୮୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୫୬, ଗଂଜାମ ଜିଲ୍ଲାରେ ୪୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୯, ଯାଜପୁରରୁ ୧୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୭ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୪ , ଖୋର୍ଦ୍ଧାରୁ ୭୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୧୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୫୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୩୪୬, ଷ୍ଟେଟ୍ ପୁଲରୁ ୧୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।