
-
ରାଜ୍ୟରେ ୩୩ % ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ରାଜ୍ୟରେ ବର୍ତମାନ ସଂକ୍ରମଣ ତଳ ଉପର ହେଉଛି । କିନ୍ତୁ ଯେଉଁ ଟ୍ରେଣ୍ଡ ଦେଖାଯାଉଛି ସଂକ୍ରମଣ କମୁଛି । ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ସେ ସୂଚନା ଦେଇ କହିଛନ୍ତି ଯେ ଓମି ସିୟର କିଟରେ ହାରାହାରି ୩୧୬୬୬ ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୧୭୨୯ ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲା । ସେମାନଙ୍କ ମଧ୍ୟରୁ ୫୭୬ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ହାରାହାରି ୩୩ ପ୍ରତିଶତ ଓମିକ୍ରନ ଆକ୍ରାନ୍ତ ଚିନ୍ହଟ ହୋଇଥିବା ସେ ପ୍ରକାଶ କରିଛନ୍ତି ।
ସେ କହିଛନ୍ତି ଯେ ବର୍ତମାନ ରାଜ୍ୟରେ ଓମି କ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କେତେ ତାହା ଜିନମ ସିକ୍ୟୁନସିଂ ଡାଟା ଏବଂ ଓମିସିୟର କିଟର ଡାଟାକୁ ମିଳିତ ଭାବରେ ଅନୁଧ୍ୟାନ କରିବା ପରେ ଜଣାପଡିବ ।
ସେ ଆହୁରି କହିଛନ୍ତି ଯେ ମୃତ୍ୟୁ ସଂଖ୍ୟା ବର୍ତମାନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ ବର୍ତମାନ ଡେଲ୍ଟା ଉପସ୍ଥିତି ରହିଛି, ସେହି କାରଣରୁ ମୃତ୍ୟୁ ହେଉଛି । ବର୍ତମାନ ଡେଲ୍ଟା ଆଧିପତ୍ୟ ବିସ୍ତାର କରି ରହିଛି ।
ସେ କହିଛନ୍ତି ଯେ, ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ତର୍ଜମା କରୁଛନ୍ତି । ସାମଗ୍ରିକ ଭାବରେ ପରିସ୍ଥିତିକୁ ଦେଖି ନିଷ୍ପତି ନିଆଯିବ । ମାନ୍ୟବର ଉଚ୍ଚ ନ୍ୟାୟାଳୟ ଯାହା ନିର୍ଦେଶ ଦେଇଛନ୍ତି ସେହି ଅନୁସାରେ ସରକାର ହାତକୁ ନେବେ ।