
ଭୁବନେଶ୍ୱର, ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।