ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୬୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୨୧୦୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୨ ହଜାର ୮୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୪୯୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୬୯୭ ଜଣଙ୍କ ମଧ୍ୟରୁ ୧୫୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୫୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫୫ , ବାଲେଶ୍ୱର ଜିଲ୍ଲାରୁ ୭୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୪୮ , କଟକରୁ ୧୩୮ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୫୯, ଗଂଜାମ ଜିଲ୍ଲାରେ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୭, ଯାଜପୁରରୁ ୧୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୩୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୪ , ଖୋର୍ଦ୍ଧାରୁ ୫୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୯୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୯୧, ଷ୍ଟେଟ୍ ପୁଲରୁ ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।