ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୭୧୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ଘଟିଛି । ଅପରପକ୍ଷରେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାର ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଣେ କେନ୍ଦୁଝର ଜିଲ୍ଲାର ଦୁଇ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ସୋନପୁର, ନୟାଗଡ଼, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।