ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୬୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୪୭୦୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୮ ହଜାର ୯୭୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୯୬୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୬୦୩ ଜଣଙ୍କ ମଧ୍ୟରୁ ୧୫୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୪୪୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୦୨ , ବାଲେଶ୍ୱର ଜିଲ୍ଲାରୁ ୪୮ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩୭ , କଟକରୁ ୨୦୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୪ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୪, ଗଂଜାମ ଜିଲ୍ଲାରେ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୦, ଯାଜପୁରରୁ ୧୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୩ , ଖୋର୍ଦ୍ଧାରୁ ୪୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୬୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୦୯, ଷ୍ଟେଟ୍ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।