ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୧୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୬୮୧୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୪ ହଜାର ୩୫୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୬୭୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୧୦୬ ଜଣଙ୍କ ମଧ୍ୟରୁ ୧୨୨୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୭୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୪୨୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୯୭ , ବାଲେଶ୍ୱର ଜିଲ୍ଲାରୁ ୪୦ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୫୫ , କଟକରୁ ୧୪୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୪, ଗଂଜାମ ଜିଲ୍ଲାରେ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୨, ଯାଜପୁରରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୦ , ଖୋର୍ଦ୍ଧାରୁ ୪୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୧୯, ଷ୍ଟେଟ୍ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।