ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୪୪ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୧୪୬ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୬୦୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୬୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୭୯ହୋଇ ଯାଇଛି ।
ଆସାମରେ କରୋନାର ୪୪୬ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୪୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୮୧ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭,୫୧୯ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭,୫୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୯୩୮ ହୋଇଛି ।
ଝାରଖଣ୍ଡରେ କରୋନାର ୪୪୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୪୪୯ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୭୮୭ ହୋଇଛି ।