
ଭୁବନେଶ୍ୱର, ପୌର ନିର୍ବାଚନ ଲାଗି ଆଗାମୀ ୧୦ ତାରିଖରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେ । ଅବାଧ ଏବଂ ନିରପେକ୍ଷ ପୌର ନିର୍ବାଚନ ଲାଗି ସବୁ ରାଜନୈତିକ ଦଳମାନଙ୍କ ସହ ଆଲୋଚନା ଲାଗି ରାଜ୍ୟ ନିର୍ବାଚନ କମିଶନ ଏହି ବୈଠକ ଡାକିଛନ୍ତି ।୧୦ ତାରିଖ ପୂର୍ବାହ୍ନ ସାଢେ ୧୧ଟା ବେଳେ ଗୀତଗୋବିନ୍ଦ ସଦନରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ପ୍ରତି ଦଳର ଜଣେ ପ୍ରତିନିଧିଙ୍କୁ ଯୋଗ ଦେବା ଲାଗି କୁହାଯାଇଛି ।