ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୪୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୮୩୦୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୭୯୭୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୫୨୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୪୯୭ ଜଣଙ୍କ ମଧ୍ୟରୁ ୮୭୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୭୧ , ବାଲେଶ୍ୱର ଜିଲ୍ଲାରୁ ୫୦ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩୨ , କଟକରୁ ୬୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୬୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪୫, ଗଂଜାମ ଜିଲ୍ଲାରେ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୪, ଯାଜପୁରରୁ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୩୧ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୨ , ଖୋର୍ଦ୍ଧାରୁ ୨୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୦୧, ଷ୍ଟେଟ୍ ପୁଲରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।