ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୪୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୬୯ ହୋଇ ଯାଇଛି ।
ଆସାମରେ କରୋନାର ୨୫୬ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୫୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୫୪ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୩,୮୯୭ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୩,୮୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭,୫୨୧ ଟି ସକ୍ରିୟ ମାମଲା ରହିଛି ।