ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୫୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯୮୧୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୧୫୯୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୩୮୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୫୦୩ ଜଣଙ୍କ ମଧ୍ୟରୁ ୮୭୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୩୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫୧ , ବାଲେଶ୍ୱର ଜିଲ୍ଲାରୁ ୩୦ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୦ , କଟକରୁ ୮୩ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୭, ଗଂଜାମ ଜିଲ୍ଲାରେ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪୨, ଯାଜପୁରରୁ ୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧୭ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩୬ , ଖୋର୍ଦ୍ଧାରୁ ୩୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୫୭, ଷ୍ଟେଟ୍ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।