ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୭୭୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କଟକ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ , ଗଞ୍ଜାମ , ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ନୂଆପଡ଼ା, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।