ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୪୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୩୦୦୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୮୧୫୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୮୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୪୮୦ ଜଣଙ୍କ ମଧ୍ୟରୁ ୮୬୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୧୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୬୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୭୨ , ବାଲେଶ୍ୱର ଜିଲ୍ଲାରୁ ୩୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩୬ , କଟକରୁ ୧୩୩ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪୩, ଗଂଜାମ ଜିଲ୍ଲାରେ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪୩, ଯାଜପୁରରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧୨ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩୪ , ଖୋର୍ଦ୍ଧାରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୪୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩୯, ଷ୍ଟେଟ୍ ପୁଲରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।