
ଭୁବନେଶ୍ବର ,କୋଭିଡ଼ର ନୂଆ ଭାରିଆଣ୍ଟ ବିଷୟରେ ଏବେଠୁ କହିବା ବହୁତ ଶୀଘ୍ର ହୋଇଯିବ। ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଏ ସମ୍ପର୍କରେ ସେ ସାମ୍ବାଦିକ ମାନଙ୍କ ସହ କଥାବାର୍ତା ହେଳେ କହିଛନ୍ତି ଯେ ବର୍ତ୍ତମାନ ସମୟରେ ବିଭିନ୍ନ ଭାରିଆଣ୍ଟ ରହିବ । ଭାଇରସ୍ ରହିବା ପର୍ଯ୍ୟନ୍ତ ପ୍ରଜାତି ବି ବଦଳିବ । ଅଧିକ ଘାତକ ହେବ କି ନାହିଁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ନିକଟରେ ତଥ୍ୟ ନାହିଁ । ପ୍ରାମାଣିକ ତଥ୍ୟ କିଛି ଆସିନାହିଁ । ଏବେଠୁ ତଥ୍ୟକୁ ଅପେକ୍ଷା କରିବା ଆବଶ୍ୟକ ବୋଲି ସେ କହିଛନ୍ତି ।
ଅନ୍ୟ ପକ୍ଷରେ ନାଜାଲ ଡ୍ରପ୍ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ସାଇଣ୍ଟିଫିକ୍ ତଥ୍ୟ କହୁଛି ନାଜାଲ ଡ୍ରପ୍ କାମ କରୁଛି । ଗାଇଡ଼ଲାଇନ ଆସିଲେ ଯାହା କାର୍ଯ୍ୟ କରିବା କଥା କରାଯିବ ।
ସେ କହିଛନ୍ତି, ବର୍ତ୍ତମାନ ବି ବହୁ ରୋଗୀ ଆଇସିୟୁ ଓ ଭେଣ୍ଟିଲେଟରରେ ଅଛନ୍ତି। ତେଣୁ ମୃତ୍ୟୁ ସଂଖ୍ୟା ଏପରି ରହିବ । ବର୍ତ୍ତମାନ ବି ୭୦ରୁ ୭୧ଜଣ ଆକ୍ରାନ୍ତ ଭେଣ୍ଟିଲେଟରରେ ଅଛନ୍ତି । ସଂକ୍ରମଣ ପିକ୍ ପରେ ମୃତ୍ୟୁ ସଂଖ୍ୟା କମିବାକୁ ୬ରୁ ୭ ସପ୍ତାହ ଲାଗିବ ।