ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫,୩୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୦,୯୫୬ହୋଇଛି ।
ଆସାମରେ କରୋନାର ୩୧୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୧୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୦୩୫ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୨,୫୬୦ କରୋନାର ନୂଆ ମାମଲା
ଗାନ୍ଧୀନଗର ,ଗୁଜରାତରେ ଗତ ୨୪ ଘଂଟାରେ ୨,୫୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୭,୩୫୫ ଟି ସକ୍ରିୟ ମାମଲା ରହିଛି ।