-
ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ
ଭୁବନେଶ୍ୱର, ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘର ସମେତ ୭ଟି ସ୍ଥାନରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏକକାଳୀନ ଭାବେ ଓଡ଼ିଶା ଭିଜିଲାନ୍ସର ୮ ଜଣ ଡିଏସପି, ୨ଜଣ ଇନସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀମାନଙ୍କୁ ନେଇ ଗଠିତ ଟିମ୍ ସୁନ୍ଦରଗଡ଼ ସରକାରୀ ଆବାସ ଓ ଅଫିସ ସହ ଖୋର୍ଦ୍ଧା, ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଜିଲ୍ଲାର ୭ ଟି ସ୍ଥାନେ ଚଢାଉ ଜାରୀ ରଖିଛନ୍ତି ।