କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୮୧୭ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୦୫ ହୋଇ ଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୫୮,୦୭୭ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୮,୦୭୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୬୫୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬,୯୭,୮୦୨ ଥିବା ବେଳେ ବର୍ତମାନ ସୁଦ୍ଧା ୫,୦୭,୧୭୭ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୯୧,୬୭୮ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୫,୧୧,୩୨୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୭୪,୭୮,୭୦,୦୪୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା