ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୫୭୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୪୫୭୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୧୪୩୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୨୫୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୫୭୨ ଜଣଙ୍କ ମଧ୍ୟରୁ ୯୧୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୯ , ବାଲେଶ୍ୱର ଜିଲ୍ଲାରୁ ୬୨ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୫ , କଟକରୁ ୧୬୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪୭, ଗଂଜାମ ଜିଲ୍ଲାରେ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪୮, ଯାଜପୁରରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୬୨ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୩ , ଖୋର୍ଦ୍ଧାରୁ ୨୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୮୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧୩, ଷ୍ଟେଟ୍ ପୁଲରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।