ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୫୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୬୧୧୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୩୯୧୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୨୮୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୫୩୯ ଜଣଙ୍କ ମଧ୍ୟରୁ ୮୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୪୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୧୯ , ବାଲେଶ୍ୱର ଜିଲ୍ଲାରୁ ୪୦ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୭ , କଟକରୁ ୮୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪୪, ଗଂଜାମ ଜିଲ୍ଲାରେ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୫, ଯାଜପୁରରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୦ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୫୩ , ଖୋର୍ଦ୍ଧାରୁ ୨୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୨୪, ଷ୍ଟେଟ୍ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।