ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୬୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୨୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୬୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୬ଜଣ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଓ ବରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।