ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୦୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୨୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୦୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୪ଜଣ ଅଛନ୍ତି । ସେହିପରି କଟକ ଓ ପୁରୀ ଜିଲ୍ଲାରୁ ୨-୨ ଜଣ ରହିଥିବା ବେଳେ ଭଦ୍ରକ, ଢେଂକାନାଳ. ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର ଓ ଖୋର୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।