ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୧୨୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୭୮୪୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୩୨୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୫୯ ଜଣଙ୍କ ମଧ୍ୟରୁ ୫୦୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୦୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪୫ , ବାଲେଶ୍ୱର ଜିଲ୍ଲାରୁ ୨୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୦ , କଟକରୁ ୬୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୯, ଗଂଜାମ ଜିଲ୍ଲାରେ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୫, ଯାଜପୁରରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୧୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୨, ଷ୍ଟେଟ୍ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।