ଭୁବନେଶ୍ୱର, ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ନିକଟକୁ ଦୁଇଟି ଚିଠି ଲେଖିଛନ୍ତି । ମିଳିଥିବା ସୂଚନା ଅନୁସାରେ ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଲଗ୍ନ କରି ପଠାଯାଇଛି । ସେହିପରି ଶ୍ରୀ ପାତ୍ର ଦ୍ୱିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି । ଏଥି ୨୦୧୮ରେ ବିଧାନସଭା ପକ୍ଷରୁ ଦିଆଯାଇଥିବା ଚିଠି କିପରି ପହଂଚିନାହିଁ ସେ ସଂକ୍ରାନ୍ତରେ ଅନୁଧ୍ୟାନ କରିବା ପାଇଁ ଦ୍ୱିତୀୟ ଚିଠିରେ ବାଚସ୍ପତି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ରାଜ୍ୟସଭାରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜଜୁ କହିଥିଲେ, ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କ ଠାରୁ କୌଣସି ପ୍ରସ୍ତାବ ଆସିନାହିଁ । କିନ୍ତୁ ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଠାରୁ ସୂଚନା ସଂଗ୍ରହ ଚାଲିଛି ।