ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୯୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୯୦୪୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୯୭୯୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୨୭୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୯୨୫ ଜଣଙ୍କ ମଧ୍ୟରୁ ୫୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪୪ , ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୩ , କଟକରୁ ୫୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୮, ଗଂଜାମ ଜିଲ୍ଲାରେ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୦, ଯାଜପୁରରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୫ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨୦, ଖୋର୍ଦ୍ଧାରୁ ୧୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮୮, ଷ୍ଟେଟ୍ ପୁଲରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।