ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୯୮୯୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୧୪୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪୩୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୫୨ ଜଣଙ୍କ ମଧ୍ୟରୁ ୪୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୬ , ବାଲେଶ୍ୱର ଜିଲ୍ଲାରୁ ୨୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୨ , କଟକରୁ ୬୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୩, ଗଂଜାମ ଜିଲ୍ଲାରେ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୮, ଯାଜପୁରରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୧୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮୯, ଷ୍ଟେଟ୍ ପୁଲରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।