
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୦୭୮୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୩୧୦୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୬୬୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୮୬ ଜଣଙ୍କ ମଧ୍ୟରୁ ୫୧୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୭୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁରରୁ ସବୁଠାରୁ ଅଧିକ ୧୭୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୪ , ବାଲେଶ୍ୱର ଜିଲ୍ଲାରୁ ୩୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୫ , କଟକରୁ ୪୦ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୩, ଗଂଜାମ ଜିଲ୍ଲାରେ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୪, ଯାଜପୁରରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୫ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୯, ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।