ଭୁବନେଶ୍ୱର, ଆସନ୍ତାକାଲି (ଶନିବାର)ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ଶନିବାର ଅପରାହ୍ନ୧୨ଟା ୨୫ରେ ଦିଲ୍ଲୀରୁ ବାହାରି ଅପରାହ୍ନ ୨ଟା୪୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିବେ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ରାଜ୍ୟପାଳ ଗଣେଶୀ ଲାଲ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ରହିବେ ।
ସୂଚନା ଅନୁଯାୟୀ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପହଂଚିବା ପରେ ୨.୫୫ ମିନିଟରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ । ପୁରୀରେ ୩.୨୫ ମିନିଟରେ ପହଚିବା ପରେ ସିଧାସଳଖ ରାଜ ଭବନ ଯିବେ । ସେଠାରୁ ରାଷ୍ଟ୍ରପତି ୪.୫୫ ମିନିଟରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ । ସେ ଶ୍ରୀମନ୍ଦିରରେ ୪୫ ମିନିଟ୍ ରହିବେ । ସେହିଦିନ ରାତିରେ ସେ ପୁରୀରେ ରହିବେ ।
ପରଦିନ ଅର୍ଥାତ୍୨୦ ତାରିଖ ସକାଳ ୧୦.୩୦ ମିନିଟରେ ବଡ଼ଦାଣ୍ଡ ସ୍ଥିତ ଗୌଡିୟ ମଠରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହେବେ ରାଷ୍ଟ୍ରପତି । ଏହାପରେ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଂଟା ଧରି ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ ।