ଯାଜପୁର – ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରିୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି ଅଧ୍ୟକ୍ଷତା କରିଥିଲେ । ଶିବିରରେ ମୋଟ୍ ୨୮୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୨୫୬ଟି ବ୍ୟକ୍ତିଗତ, ୪ଟି ସାମୁହିକ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୨୬ଟି ଆବେଦନ ମିଳିଥିବା ବେଳେ ୭୦ ହଜାର ଟଙ୍କା ମଞ୍ଜୁର ହୋଇଥିଲା । ୧୦୨ ଗୋଟି ଅଭିଯୋଗର ସମାଧାନ ହୋଇଥିଲା ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଏସପି ଚରଣସିଂ ମିନା, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ସିଡ଼ିଏମଓ ଡା. ଅରୁଣ କୁମାର ପାତ୍ର ଓ ସମସ୍ତ ଜିଲ୍ଲାସ୍ତରିୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସହଯୋଗ କରିଥିଲେ ।