
-
ଭୁବନେଶ୍ୱରରେ ପହଂଚିବା ପରେ ପୁରୀ ଗସ୍ତରେ ଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
-
ସଂଧ୍ୟାରେ ଶ୍ରୀଜୀଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ
ଭୁବନେଶ୍ୱର, ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସି ଶ୍ରୀକ୍ଷେତ୍ର ପୁରୀରେ ପହଂଚିଛନ୍ତି । ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ସ୍ଥାନୀୟ ତାଳବଣିଆ ହେଲିପ୍ୟାଡ୍ ରେ ପହଂଚିବା ପରେ ଆରଡିସି ଓ ଜିଲ୍ଲାପାଳ ସ୍ୱାଗତ ଜଣାଇଥିଲେ । ପରେ କଡ଼ା ସୁରକ୍ଷା ଭିତରେ ଏକ ସ୍ୱତନ୍ତ୍ର କାରକେଡ୍ ରେ ରାଜଭବନରେ ପହଂଚିଛନ୍ତି । ଆଜି ସନ୍ଧ୍ୟାରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉମାନଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ସହିତ ତାଙ୍କର ଧର୍ମପତ୍ନୀ ସବିତା କୋବିନ୍ଦ ମଧ୍ୟ ଅଛନ୍ତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମଧ୍ୟ ପୁରୀ ଗସ୍ତ କରିଛନ୍ତି ।
ରାଷ୍ଟ୍ରପତି ରାମାନାଥ କୋବିନ୍ଦ ଆଜି ସଂଧ୍ୟାରେ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏଥି ପାଇଁ ଶ୍ରୀମନ୍ଦିରରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଦିଆଯାଇଛି । ଏହାସହ ଆସନ୍ତାକାଲି ଅର୍ଥାତ୍ ଫେବ୍ରୁଆରି ୨୦ରେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିଠାରେ ଆୟୋଜିତ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମଜୟନ୍ତୀର ତୃତୀୟ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବେ ।
ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଅପରାହ୍ନରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଥିଲେ । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ ଜଣାଇଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ ଡିଜି ସୁନୀଲ ବଂଶଲ ପ୍ରମୁଖ ଉପସ୍ଥିତ ରହିଥିବା ଜଣାଯାଇଛି ।