
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୧୯୮୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୫୮୪୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୯୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୩୪ ଜଣଙ୍କ ମଧ୍ୟରୁ ୩୧୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ସବୁଠାରୁ ଅଧିକ ୧୨୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୧ , ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୮ , କଟକରୁ ୧୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୪, ଗଂଜାମ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫, ଯାଜପୁରରୁ ୬୪୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୨୧, ଷ୍ଟେଟ୍ ପୁଲରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।