
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୧୯୮୯
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୧୯୮୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୫୮୪୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୯୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୩୪ ଜଣଙ୍କ ମଧ୍ୟରୁ ୩୧୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ସବୁଠାରୁ ଅଧିକ ୧୨୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।