ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୨୪୮୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୭୧୦୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୩୦୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୯୨ ଜଣଙ୍କ ମଧ୍ୟରୁ ୨୮୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ସବୁଠାରୁ ଅଧିକ ୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩ , ବାଲେଶ୍ୱର ଜିଲ୍ଲାରୁ ୯ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩ , କଟକରୁ ୩୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୬, ଗଂଜାମ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁରରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୯ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୯୬, ଷ୍ଟେଟ୍ ପୁଲରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।