ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୨୮୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୮୧୫୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୬୩୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୮୮ ଜଣଙ୍କ ମଧ୍ୟରୁ ୨୨୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୩ , ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩ , କଟକରୁ ୨୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୦, ଗଂଜାମ ଜିଲ୍ଲାରେ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭, ଯାଜପୁରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୬, ଷ୍ଟେଟ୍ ପୁଲରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।