
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ଶ୍ରୀ ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତି ମିଳିଥିଲା ।
ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଦୁର୍ନୀତି ଅଭିଯୋଗ ରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।