ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୩୬୩୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୦୨୨୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩୨୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୪୨ ଜଣଙ୍କ ମଧ୍ୟରୁ ୧୯୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ସବୁଠାରୁ ଅଧିକ ୩୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୨ , ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୦ , କଟକରୁ ୨୦ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୯, ଗଂଜାମ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮, ଯାଜପୁରରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୩ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୩୯, ଷ୍ଟେଟ୍ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।