ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୪୩୨୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧୮୪୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୭୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୪୫ ଜଣଙ୍କ ମଧ୍ୟରୁ ୨୦୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଯାଜପୁର ସବୁଠାରୁ ଅଧିକ ୫୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩୨ , ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩ , କଟକରୁ ୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୭, ଗଂଜାମ ଜିଲ୍ଲାରେ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁରରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪. ଖୋର୍ଦ୍ଧାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୩୯, ଷ୍ଟେଟ୍ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।