ତିରୁବନନ୍ତପୁରମ, କେରଳରେ ଗତ ୨୪ ଘଂଟାରେ ୪,୦୬୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧,୬୭୫ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୫୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୭୬ ହୋଇ ଯାଇଛି ।