ଭୁବନେଶ୍ୱର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କୁ ରାଜ୍ୟ ବିଧାନସଭାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରା ଯାଇଛି । ବିଧାନସଭା ପରିସରରେ ମରଶରୀରକୁ ଗାର୍ଡ ଅଫ ଅନର ଦିଆଯ୍ଧବଥିବା ବେଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେହିପରି ତାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନକୁ ଅଣା ଯାଇଥିଲା । କଂଗ୍ରେସ ଭବନ ପରିସରରେ ପିସିସି ସଭାପତି ନିରଞ୍ଜନ ପଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମର ଶରୀର ନିକଟରେ ବନ୍ଧୁ ପରିବାର ବର୍ଗଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ ।
ତାଙ୍କ ପୈତୃକ ଗାଁ ଝାରସୁଗୁଡ଼ା ଜିଲ୍ଲା ଲାଇକେରା ର ଠାକୁରପଡ଼ା ନିଆଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଙ୍କ ମର ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପନ୍ନ କରା ଯିବ ବୋଲି ଜଣାପଡିଛି ।