ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୫୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ବରଗଡ,ଦେବଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରୁ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।