ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୨୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୪୬୧୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୨୪୨୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୭୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୯୩ ଜଣଙ୍କ ମଧ୍ୟରୁ ୧୭୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ସବୁଠାରୁ ଅଧିକ ୩୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩୫ , ବାଲେଶ୍ୱର ଜିଲ୍ଲାରୁ ୯ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧ , କଟକରୁ ୩ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୫, ଗଂଜାମ ଜିଲ୍ଲାରେ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩, ଯାଜପୁରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨୦. ଖୋର୍ଦ୍ଧାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୫, ଷ୍ଟେଟ୍ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।