ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୪୮୬୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୨୯୨୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୨୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୫୧ ଜଣଙ୍କ ମଧ୍ୟରୁ ୧୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ସବୁଠାରୁ ଅଧିକ ୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨୫ , ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୪ , କଟକରୁ ୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଜପତି ଜିଲ୍ଲାରୁ ୨୬, ଗଂଜାମ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩, ଯାଜପୁରରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨୦. ଖୋର୍ଦ୍ଧାରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୧, ଷ୍ଟେଟ୍ ପୁଲରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।