
କେନ୍ଦୁଝର – ଚଳିତ ନଭେମ୍ବର ୪ ତାରିଖ ସୋମବାର ଦିନ ଜିଲ୍ଲାପାଳ ଆଶିଷ ଠାକରେ ଏବଂ ଏସ୍.ପି. ମିତ୍ରଭାନୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦୁଝର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଦରବାର ହଲ୍ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ୍ ୩୩୭ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୦୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୫୨ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବା ବେଳେ ୨୮୫ ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ଅନ୍ୟମାନଙ୍କ ମଧ୍ୟରେ ଡି.ଏଫ୍. ଓ ସନ୍ତୋଷ ଯୋଶୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡଃ ଉଦ୍ଧବ ଚନ୍ଦ୍ର ମାଝୀ, ପି.ଏ. ଆଇ.ଟି.ଡି.ଏ. କେନ୍ଦୁଝର ନାରାୟଣ ମୁର୍ମୁ, କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ, ଆସିଷ୍ଟାଂଟ୍ କଲେକ୍ଟର ଶିବବ୍ରତ ତ୍ରିପାଠୀ ଏବଂ ସୁରଞ୍ଜିକା ବେହେରଙ୍କ ସମେତ ଜିଲ୍ଲାସ୍ତରୀୟ ଏବଂ ବ୍ଲକ୍ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ଠାକରେ ୦୩ ଜଣ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୨୬ ହଜାର ଟଙ୍କା ମଞ୍ଜୁର କରିଥିଲେ ।