ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୦୩୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୩୦୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୧୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୭୧ ଜଣଙ୍କ ମଧ୍ୟରୁ ୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ସବୁଠାରୁ ଅଧିକ ୨୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫ , ବାଲେଶ୍ୱର ଜିଲ୍ଲାରୁ ୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨ ଭଦ୍ରକ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧ , କଟକରୁ ୬ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩ ଓ ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୪, ଗଂଜାମ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩, ଯାଜପୁରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଖୋର୍ଦ୍ଧାରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୭, ଷ୍ଟେଟ୍ ପୁଲରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।