
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୨୦୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୭୩୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୪୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୬୮ ଜଣଙ୍କ ମଧ୍ୟରୁ ୯୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସବୁଠାରୁ ଅଧିକ ୩୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪ , ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧ , କଟକରୁ ୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨୨, ଗଂଜାମ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ନୂଆପଡା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୪, ଷ୍ଟେଟ୍ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।