ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୪୮୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୪୪୨୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୨୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ୭୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ସବୁଠାରୁ ଅଧିକ ୩୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪ , ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧ , କଟକରୁ ୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧୮, ଗଂଜାମ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହନ୍ତି । ଖୋର୍ଦ୍ଧାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧, ଷ୍ଟେଟ୍ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।