ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୬୧୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୪୭୫୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୧୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୮ ଜଣଙ୍କ ମଧ୍ୟରୁ ୭୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଝାରସୁଗୁଡ଼ା ଜିଲ୍ଲାରୁ ସବୁଠାରୁ ଅଧିକ ୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪ , ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହନ୍ତି । ଖୋର୍ଦ୍ଧାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ନୂଆପଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧, ଷ୍ଟେଟ୍ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।